ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

0

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ ଯାହାର ରାପିଡ୍ ଆପ୍ଲିକେସନ୍ ଡେଭଲପ୍‌ମେଂଟ (ରାଡ୍‌) ପ୍ଲାଟଫର୍ମ ଟେଲିମେଟ୍ରି ଟୁଲ୍ସର ବିକାଶ ଓ ନିୟୋଜନ କ୍ଷେତ୍ରରେ କାର୍ଯ୍ୟ କରିଥାଏ ।

ବୁଝାମଣା ଅନୁଯାୟୀ ବାଟୋଇ ସୋଆକୁ ଏହାର ବାଟୋଇ ଏକାଡେମୀ ପ୍ଲାଟଫର୍ମ ବ୍ୟବହାର କରିବାକୁ ଦେବ ଓ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ) ଏବଂ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା ନିମନ୍ତେ ଏକ ଟେକ୍ନୋଲୋଜି ଲ୍ୟାବ ପ୍ରତିଷ୍ଠା ଦିଗରେ ସାହାଯ୍ୟ କରିବ । ଏହି କମ୍ପାନୀ ସୋଆର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ସହ ଲାଇଭ୍ ପ୍ରୋଜେକ୍ଟ ପ୍ରସ୍ତୁତ କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା କି ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇପାରିବେ । ବିଭିନ୍ନ କର୍ମଶାଳା ଆୟୋଜନ କରିବା ସହ ବାଟୋଇ ସୋଆର ଛାତ୍ରଛାତ୍ରୀମାନଙ୍କୁ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଇନ୍‌ଟର୍ଣ୍ଣସିପ୍ ଓ ନିଯୁକ୍ତିରେ ମଧ୍ୟ ସହାୟକ ହେବ ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ବାଟୋଇ ସିଷ୍ଟମ୍ସର ସିଇଓ ତଥା ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ରଥଙ୍କ ମଧ୍ୟରେ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଥିଲା । ଏହି ଅବସରରେ ସୋଆର ସେଂଟର ଫର୍ କ୍ୱାଂଟମ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ନିର୍ଦ୍ଦେଶକ ପ୍ରଫେସର ପ୍ରଶାନ୍ତ କୁମାର ପାଣିଗ୍ରାହୀ ଏବଂ ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Leave A Reply

Your email address will not be published.