ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏପ୍ରିଲ ୨୫ରୁ ଖରା ଛୁଟି

0

ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ଅସହ୍ୟ ଖରାକୁ ଗୁଳୁଗୁଳି ପାଇଁ ଦିନ ୮ଟା ପରେ ଘରୁ ବାହାରିବା ଅସମ୍ଭବ ହୋଇଯାଉଛି । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଏମିତି ସ୍ଥିତିରେ ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଉଛି ।

ତେବେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସକାଳୁଆ ସ୍କୁଲ ଘୋଷଣା କରିଥିଲେ। ଏବଂ ପରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବାରୁ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର।

Leave A Reply

Your email address will not be published.