ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆହତ ହେଲେ ମମତା

0

ଭୁବନେଶ୍ବର: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରଚାର ବେଳେ ଆହତ ହେବାର ସୂଚନା ମିଳୁଛି। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ ‌କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନାଯୋଗ୍ୟ, ମମତା ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ। ସେଠାରେ ସେ ଟିଏମସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା। ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ମମତା ବାନାର୍ଜୀ ଆହତ ହୋଇଛନ୍ତି। ମମତା ଯେତେବେଳେ ହେଲିକପ୍ଟର ଭିତରକୁ ଯାଉଥିଲେ ସେତେବେଳେ ସନ୍ତୁଳନ ହରାଇ ସେ ପଡିଯାଇଥିଲେ। ବର୍ତ୍ତମାନ ତାଙ୍କ ଅବସ୍ଥା କିପରି ରହିଛି ତାହା ଜଣାପଡିନାହିଁ।

ତେବେ ଏହା ପୂର୍ବରୁ ଜାନୁଆରୀ ମାସରେ ମଧ୍ୟ ଦିଦି ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କ କାର୍‌ ଅନ୍ୟ ଏକ କାର୍‌ ସହ ଧକ୍କା ହେବା ଫଳରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା।

Leave A Reply

Your email address will not be published.