ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

କଲବଲ କରୁଛି ତାତି

0

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ଲହରୀ। ବାରିପଦା ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ୫ଟି ସହରର ତାପମାତ୍ରା ୪୪ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ସୋଶାଲ୍‌ ମଇଡ଼ିଆ X ରେ ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବାରିପଦା ତଳକୁ ଅଛି ଅନୁଗୋଳ। ଏଠାରେ ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ୪୪.୧ ଡିଗ୍ରୀ, ତାଳଚେରରେ ୪୪ ଡିଗ୍ରୀ, ଭବାନୀପାଟଣାରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୫ ଡିଗ୍ରୀ, ଢେଙ୍କାନାଳରେ ୪୩.୨ ଡିଗ୍ରୀ, ନୟାଗଡ଼ରେ ୪୩ ଡିଗ୍ରୀ, ମାଲକାନଗିରିରେ ୪୩, ବଲାଙ୍ଗିରରେ ୪୩ ଡିଗ୍ରୀ, କେନ୍ଦୁଝରରେ ୪୩ ଡିଗ୍ରୀ, ନୂଆପଡ଼ାରେ ୪୩ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୯ ଡିଗ୍ରୀ, ସମ୍ୱଲପୁରରେ ୪୨.୯ ଡିଗ୍ରୀ, କଟକରେ ୪୨.୫ ଡିଗ୍ରୀ, ଯାଜପୁରରେ ୪୨.୫ ଡିଗ୍ରୀ, ରାଉରକେଲାରେ ୪୨.୪ ଡିଗ୍ରୀ, କେନ୍ଦ୍ରାପଡ଼ାରେ ୪୨ ଡିଗ୍ରୀ, ଭଦ୍ରକରେ ୪୨ ଓ ସୋନପୁରରେ ତାପମାତ୍ରା ୪୧.୯ ଡିଗ୍ରୀ ରେକର୍ଡ କରାଯାଇଛି।

ତେବେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହି ମହାନଗରୀର ତାତି ଆହୁରି ଭୟଙ୍କର ହେବ। ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.