ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

0

ଭୁବନେଶ୍ବର: ଆଜି ଗୁରୁବାର ପ୍ରକାଶ ପାଇଛି ବିଜେପିର ପ୍ରାର୍ଥୀ ତାଲିକା। ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ଦଳ ଏପର୍ଯ୍ୟନ୍ତ ୧୪୬ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛନ୍ତି, କେନ୍ଦୁଝର ଜିଲ୍ଲା ଘସିପୁରାରେ ବିଜେପି ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି। ସେହିପରି ବାଲେଶ୍ବର ଜିଲ୍ଲା ଭୋଗରାଇରେ ଆଶିଷ ପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ ସୁଧାଂଶୁ ନାୟକ, ଯାଜପୁର ଜିଲ୍ଲା ବରୀରେ ଉମେଶ‌ ଜେନା, ବାରବାଟୀ କଟକରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ପ୍ରକାଶ ରଣ ବିଜୁଲିଙ୍କୁ ବିଜେପି ଟିକେଟ୍‌ ମିଳିଛି। ତେବେ ବିଜେପି ଏପର୍ଯ୍ୟନ୍ତ ୧୪୬ଟି ଆସନରେ ପ୍ରାର୍ଥୀ ଘୋଷଣା ସରିଛି। ‌କିନ୍ତୁ ବିଜେପିର ନୀଳଗିରି ଆସନରେ କିଏ ପ୍ରାର୍ଥୀ ହେବେ, ତାହା ଜଣାପଡ଼ି ନାହିଁ।

Leave A Reply

Your email address will not be published.