ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

0

ଭୁବନେଶ୍ବର: ଆଜି ଗୁରୁବାର ପ୍ରକାଶ ପାଇଛି ବିଜେପିର ପ୍ରାର୍ଥୀ ତାଲିକା। ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ଦଳ ଏପର୍ଯ୍ୟନ୍ତ ୧୪୬ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛନ୍ତି, କେନ୍ଦୁଝର ଜିଲ୍ଲା ଘସିପୁରାରେ ବିଜେପି ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି। ସେହିପରି ବାଲେଶ୍ବର ଜିଲ୍ଲା ଭୋଗରାଇରେ ଆଶିଷ ପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ ସୁଧାଂଶୁ ନାୟକ, ଯାଜପୁର ଜିଲ୍ଲା ବରୀରେ ଉମେଶ‌ ଜେନା, ବାରବାଟୀ କଟକରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ପ୍ରକାଶ ରଣ ବିଜୁଲିଙ୍କୁ ବିଜେପି ଟିକେଟ୍‌ ମିଳିଛି। ତେବେ ବିଜେପି ଏପର୍ଯ୍ୟନ୍ତ ୧୪୬ଟି ଆସନରେ ପ୍ରାର୍ଥୀ ଘୋଷଣା ସରିଛି। ‌କିନ୍ତୁ ବିଜେପିର ନୀଳଗିରି ଆସନରେ କିଏ ପ୍ରାର୍ଥୀ ହେବେ, ତାହା ଜଣାପଡ଼ି ନାହିଁ।

Leave A Reply

Your email address will not be published.