ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ

0

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି। ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ମେ ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି ସୋଆ ବିଶ୍ୱବିଦ୍ୟାଳୟ ପରିଚାଳିତ ସେଂଟର ଫର ଏନ୍‌ଭାଇରନମେଂଟ ଆଣ୍ଡ କ୍ଳାଇମେଟ (ସିଇସି) ପକ୍ଷରୁ କୁହାଯାଇଛି।

ଏହି ସମୟରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ସେଲସିଅସ ରହିବା ସମ୍ଭାବନା ଥିବାବେଳେ ଉପକୂଳ ଓଡିଶାରେ ତାପମାତ୍ରା ୩୮ରୁ ୪୧ ଡିଗ୍ରୀ ସେଲସିଅସ ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି। ଆଭ୍ୟନ୍ତରୀଣ ଓଡିଶାରେ ମେ ୭ରୁ ୧୨ ମଧ୍ୟରେ ଦିନର ତାପମାତ୍ରା ୩୬ ରୁ ୪୦ ଡିଗ୍ରୀ ସେଲସିଅସ ରହିବ। ଉପକୂଳ ଓଡିଶାରେ ଏହି ସମୟରେ ଦିନର ତାପମାତ୍ରା ୩୫ ରୁ ୩୯ ଡିଗ୍ରୀ ସେଲସିଅସ ରହିବାର ସମ୍ଭାବନା ଅଛି ଏବଂ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ମେ ୬ ରୁ ୧୦ ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଡ. ସାହୁ କହିଛନ୍ତି।

Leave A Reply

Your email address will not be published.