ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ

0

ଭୁବନେଶ୍ୱର, ମଇ ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗ ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଭୁବନେଶ୍ୱର ଶାଖାର ମିଳିତ ଆନୁକୂଲ୍ୟରେ ଗତ ଏପ୍ରିଲ୍ ୨୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଶ୍ୱ ଟୀକାକରଣ ସପ୍ତାହ ୨୦୨୪ ପାଳିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମକୁ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ମମତାଦେବୀ ମହାନ୍ତି ଉଦ୍‌ଘାଟନ କରିଥିବା ବେଳେ ଶିଶୁମାନଙ୍କ ଅଭିଭାବକ ମାନଙ୍କ ନିମନ୍ତେ ଓପିଡି, ଶିଶୁରୋଗ ବିଭାଗ ୱାର୍ଡ ଓ ନବଜାତ ଶିଶୁରୋଗ ବିଭାଗ ୱାର୍ଡରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ଟୀକାକରଣ କିଭଳି ଶିଶୁମାନଙ୍କୁ ବିଭିନ୍ନ ସଂକ୍ରମଣରୁ ରକ୍ଷା କରିଥାଏ ସେ ବିଷୟରେ ବୁଝାଇ ଦିଆଯାଇଥିଲା ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନଙ୍କୁ ଉଭୟ ଶିଶୁ ଏବଂ ଅଧିକ ବୟସର ବ୍ୟକ୍ତିମାନଙ୍କ କ୍ଷେତ୍ରରେ ଟୀକା ଗ୍ରହଣ କେତେ ଗୁରୁତ୍ୱପୂର୍ଣ୍ଣ ସେ ନେଇ ସଚେତନ କରାଇବା ସହ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀ ଓ ନର୍ସିଂ ଅଫିସରମାନଙ୍କ ମଧ୍ୟରେ ଏକ କୁଇଜ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହିପରି ଶିଶୁରୋଗ ବିଭାଗରେ ଇଂଟର୍ଣ୍ଣମାନଙ୍କ ମଧ୍ୟରେ ଏକ ପୋଷ୍ଟର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।

ଗତ ଏପ୍ରିଲ୍ ୩୦ ତାରିଖ ଦିନ କମୁ୍‌୍ୟନିଟି ମେଡିସିନ ବିଭାଗର ସହଭାଗିତାରେ ଏକ ଆନ୍ତଃ ବିଭାଗୀୟ କର୍ମଶାଳାର ଆୟୋଜନ କରାଯାଇଥିଲା । ଏହି କର୍ମଶାଳାରେ ପ୍ରାୟ ୧୦୦ ଜଣ ଡାକ୍ତର ଓ ନର୍ସ ସାମିଲ ହୋଇଥିଲେ । ଦୁଇଟି ବିଭାଗର ଫ୍ୟାକଲ୍ଟିମାନେ ଟୀକାକରଣର ଅତ୍ୟାଧୁନିକ କାର୍ଯ୍ୟଧାରା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ ।

Leave A Reply

Your email address will not be published.