ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ହେଲେ ସୁଜାତା

0

ଭୁବନେଶ୍ବର: ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ବଦଳି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରୁ ମଧ୍ୟ ବଦଳି । ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱରେ ରହିବେ ସୁଜାତା । କାଲି ବଦଳି ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ । ବିଜେପିର ଅଭିଯୋଗ ପରେ ଦେଇଥିଲେ ବଦଳି ନିର୍ଦ୍ଦେଶ । ତାଙ୍କ ବଦଳରେ ଶାଲିନୀ ପଣ୍ଡିତଙ୍କୁ ଏବେ ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୦ ବ୍ୟାଚ୍ ଆଇଏଏସ୍ ତଥା ମିଶନ ଶକ୍ତି ବିଭାଗର ସଚିବ ତଥା କମିଶନର ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ତୁଲାଇବେ ।

Leave A Reply

Your email address will not be published.