ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆସନ୍ତାକାଲି ଓଡିଶା ଆସିବେ ମୋଦି

0

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି। କାଲି ରାତି ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏନେଇ ସୂଚନା ଦେଇଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ରାଜଭବନ ଯିବେ ନରେନ୍ଦ୍ର ମୋଦି। ରାଜଭବନରେ ରାତ୍ରି ଯାପନ କରିବେ ମୋଦି। ୬ ତାରିଖ ସକାଳେ ବ୍ରହ୍ମପୁର ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ। ଏହାପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। 

Leave A Reply

Your email address will not be published.