ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଓଡିଶା ଆସିବେ ମୋଦି

0

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି ରୋଡ୍ ଶୋ’ କରିବେ। ।ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ। ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଅନ୍ୟ ପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ପୁଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏସପିଜି କମାଣ୍ଡୋ। ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍, କନେକ୍ଟିଂ ରୋଡ୍, ଟ୍ରାଫିକ୍, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି ଏସପିଜି।

ରୋଡ ଶୋ’ ପରେ ରାଜଭବନରେ ରାତ୍ରି ଯାପନ କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ। ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡ଼ି ରାସ୍ତାକୁ ଛଡ଼ାଯିବ ନାହିଁ। ରୋଡ୍ ଶୋ’ ବେଳେ ରାମ ମନ୍ଦିରରୁ ବାଣୀ ବିହାରକୁ ନୋ ଫ୍ଲାଏ ଜୋନ୍ କରାଯିବ।

Leave A Reply

Your email address will not be published.