ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଓଡିଶା ଆସିବେ ମୋଦି

0

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି ରୋଡ୍ ଶୋ’ କରିବେ। ।ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ। ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଅନ୍ୟ ପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ପୁଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏସପିଜି କମାଣ୍ଡୋ। ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍, କନେକ୍ଟିଂ ରୋଡ୍, ଟ୍ରାଫିକ୍, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି ଏସପିଜି।

ରୋଡ ଶୋ’ ପରେ ରାଜଭବନରେ ରାତ୍ରି ଯାପନ କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ। ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡ଼ି ରାସ୍ତାକୁ ଛଡ଼ାଯିବ ନାହିଁ। ରୋଡ୍ ଶୋ’ ବେଳେ ରାମ ମନ୍ଦିରରୁ ବାଣୀ ବିହାରକୁ ନୋ ଫ୍ଲାଏ ଜୋନ୍ କରାଯିବ।

Leave A Reply

Your email address will not be published.