ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ଶେଷ

0

ଭୁବନେଶ୍ୱର: ଦେଶରେ ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ପ୍ରଚାର ସରୁଛି। ଏହା ସହ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମଧ୍ୟ ପ୍ରଚାର ଶେଷ ହେଉଛି। ଅପରାହ୍ନ ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର। ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ମୋଟ ୧୦ ରାଜ୍ୟର ୯୬ ଆସନରେ ଭୋଟ ଗ୍ରହଣ ହେବ।

ଆଜି ଆନ୍ଧ୍ରପ୍ରଦେଶର ସମସ୍ତ ୧୭୫ ବିଧାନସଭା ଆସନ ଲାଗି ମଧ୍ୟ ଆଜି ସରୁଛି ପ୍ରଚାର। ଆସନ୍ତା ୧୩ ତାରିଖରେ ଆନ୍ଧ୍ରପ୍ରଦେଶରେ ଲୋକସଭା ସହ ବିଧାନସଭା ଭୋଟ ଅନୁଷ୍ଠିତ ହେବ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ପ୍ରଚାର । ଏଥିରେ ଓଡ଼ିଶାର ୪ ଲୋକସଭା ଆସନ ସହ ୨୮ ବିଧାନସଭା ଆସନରେ ଭୋଟଗ୍ରହଣ ହେବ। ଓଡ଼ିଶାର ହେବାକୁ ଥିବା ଲୋକସଭା ଆସନ ମଧ୍ୟରେ ରହିଛି ବ୍ରହ୍ମପୁର, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର।

ଏହି ୪ ଲୋକସଭା ଆସନ ଅନ୍ତର୍ଗତ ୨୮ ବିଧାନସଭାରେ ଭୋଟଗ୍ରହଣ ହେବ। ଆଜି ନିର୍ବାଚନ ପ୍ରଚାର ସରୁଥିବା ଆସନ ମଧ୍ୟରେ ଆନ୍ଧ୍ରପ୍ରଦେଶର ୨୫ ଆସନ, ତେଲଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩,  ମହାରାଷ୍ଟ୍ରର ୧୧, ମଧ୍ୟପ୍ରଦେଶର ୮, ପଶ୍ଚିମବଂଗର ୮, ବିହାର ଓ ଝାଡ଼ଖଣ୍ଡରେ ୫ଟି ଲେଖାଏ ଆସନ, ଓଡ଼ିଶାରେ ୪ , ଏବ ଜାମ୍ମୁ କାଶ୍ମୀର ଗୋଟିଏ ଆସନ ରହିଛି।

ଆସନ୍ତା ୧୩ ତାରିଖରେ ଓଡ଼ିଶାରେ ହେବାକୁ ଥିବା ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ହେଉଛି। ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, କୋରାପୁଟ, ଗୁଣପୁର, ବିଷମକଟକ, ରାୟଗଡା, ଲକ୍ଷ୍ମୀପୁର, ଜୟପୁର, ପଟ୍ଟାଙ୍ଗୀ ଆସନରେ ଭୋଟଗ୍ରହଣ ହେବ।

Leave A Reply

Your email address will not be published.