ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସୋଆ ଉପସଭାପତିଙ୍କ ଦ୍ୱାରା ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍‌ଘାଟିତ

0

ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାବଲମ୍ବୀ କରାଇବାର ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ‘ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ’ ଶୁକ୍ରବାର ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସଙ୍କ ଦ୍ଵାରା ଉଦ୍ଘାଟିତ ହୋଇଛି।

ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗ ଦେଇ ଶ୍ରୀମତି ଦାସ ଏହି ସେଂଟରକୁ ଉଦ୍ଘାଟନ କରି ଏହା ଦ୍ୱାରା ଏଗ୍ରିକଲ୍‌ଚର ଏବଂ ଭେଟେରିନାରୀ ସାଇନ୍ସେସ୍ ପାଠ ପଢ଼ୁଥିବା ଛାତ୍ରଛାତ୍ରୀମାନେ ନିଜେ ରୋଜଗାରକ୍ଷମ ହେବା ନିମନ୍ତେ ତାଲିମ ପାଇ ପାରିବେ ବୋଲି କହିଥିଲେ । ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର କିଭଳି ପ୍ରଚାର ପ୍ରସାର ଓ ବିକ୍ରି ହୋଇ ପାରିବ ସେ ନେଇ ଏଠାରେ ସେମାନଙ୍କୁ ପ୍ରଶିକ୍ଷିତ କରାଯିବ ବୋଲି ଶ୍ରୀମତି ଦାସ କହିଛନ୍ତି ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ରହି ଏହି ସେଂଟର ବିଷୟରେ ତଥ୍ୟ ପ୍ରଦାନ କରିବା ସହ ବଜାରରେ ସୋଆ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟ କିଭଳି ଉପଲବ୍ଧ ହେବ ଏବଂ ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ସେ ବିଷୟରେ ଆଲୋଚନା କରିଥିଲେ।

ଏହି ସେଂଟରର ମୁଖ୍ୟ ପ୍ରଫେସର ସମରେନ୍ଦ୍ର ମହାନ୍ତି ବିସ୍ତୃତ ସୂଚନା ଦେଇ ଆଇଏଏସ୍ ଏବଂ ଆଇଭିଏସ୍‌ଏଏଚ୍‌ର ଛାତ୍ରଛାତ୍ରୀମାନେ ନିଜ ନିଜ ଅନୁଷ୍ଠାନରେ ଉଭୟ ଥିଓରୀ ଓ ପ୍ରାକ୍ଟିକାଲ୍ ପାଠ୍ୟକ୍ରମର ଜ୍ଞାନ ଆହରଣ କରିବା ପରେ ନିଜକୁ କିଭଳି ସ୍ୱାବଲମ୍ବୀ ହୋଇ ଉଦ୍ୟୋଗୀ ହୋଇ ପାରିବେ, ଅଭିନବ ପ୍ରଚେଷ୍ଟା କରିପାରିବେ ଓ ବ୍ୟବସାୟ ପରିଚାଳନା କରିପାରିବେ ସେ ସମ୍ପର୍କିତ ପ୍ରଶିକ୍ଷଣ ଦିଆଯିବ ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଆଇଭିଏସ୍‌ଏଏଚ୍‌ର ଡିନ୍ ପ୍ରଫେସର ବ୍ରହ୍ମଦେବ ପଟ୍ଟନାୟକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସଙ୍କ ସମେତ ଆଇଏଏସ୍ ଏବଂ ଆଇଭିଏସ୍‌ଏଏଚ୍‌ର ସମସ୍ତ ଫ୍ୟାକଲ୍ଟି ଓ ସୋଆ କର୍ମକର୍ତାଗଣ ଉପସ୍ଥିତ ଥିଲେ ।

Leave A Reply

Your email address will not be published.