ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ସରକାରୀ କର୍ମଚାରୀ ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ

0

ରାଉରକେଲା: ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ। ଆଶା ଦିଦିଙ୍କ ଠୁ ଅଙ୍ଗନୱାଡି ଦିଦି ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡର ଲାଭ ଉଠାଇପାରିବେ। ରାଉରକେଲା ନିର୍ବାଚନୀ ପ୍ରଚାରରେ ଘୋଷଣା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ପୂର୍ବରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ କେବଳ ବିପିଏଲ ହିତାଧିକାରୀଙ୍କୁ ମିଳୁଥିବା ବେଳେ ଏବେ ସମସ୍ତଙ୍କୁ ଖୁସି ଖବର ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ  ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ଶୁଭାରମ୍ଭ କରିଛନ୍ତି। ପୂର୍ବରୁ ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବା ପାଇଁ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଏଣିକି ସମସ୍ତେ ଏହି କାର୍ଡର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ କ୍ୟାସ୍‌ଲେସ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

Leave A Reply

Your email address will not be published.