ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

ସୋଆ ଏନ୍‌ସିସି ଛାତ୍ରଛାତୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ

0

ଭୁବନେଶ୍ୱର, ୧୭ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କଟକ ଏନ୍‌ସିସି ଗ୍ରୁପ୍ କମାଣ୍ଡର କର୍ଣ୍ଣେଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିଲେ ।

ଏହି ଶିବିରରେ ସୋଆ ଏନ୍‌ସିସି କ୍ୟାଡେଟ୍ ମାନଙ୍କ ସମେତ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ । ମୋଟ୍ ୧୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଶିବିରରେ ଆଇଟିଇଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଏନ୍‌ସିସିର ପ୍ରଫେସର ଇନ୍‌ଚାର୍ଜ ଡକ୍ଟର ସତୀଶ କୁମାର ସାମଲ, ଏନ୍‌ସିସି ବାଳିକା ୟୁନିଟ୍‌ର କେୟାର୍ ଟେକର୍ ଅଫିସର୍ (ସିଟିଓ) ଡକ୍ଟର ରିମା ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.