ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ସୋଆ ଆଇଭିଏସ୍‌ଏଏଚ୍‌ର ପ୍ରଥମ ବାର୍ଷିକ ଉତ୍ସବ ଆୟୋଜିତ

0

ଭୁବନେଶ୍ୱର, ମେ ୧୭: ପ୍ରାଣୀମାନେ ଯଦିଓ କଥା କହିପାରନ୍ତି ନାହିଁ କିମ୍ବା ସେମାନଙ୍କର ଭାବାବେଗ ପ୍ରକାଶ କରିପାରନ୍ତି ନାହିଁ କିନ୍ତୁ ସେମାନେ ଭଲ ପାଇବା ଓ ସ୍ନେହର ଭାଷା ବୁଝିପାରନ୍ତି । ତେଣୁ ପ୍ରତ୍ୟେକ ପ୍ରାଣୀ ଚିକିତ୍ସକ ସ୍ନେହ ଓ ଯତ୍ନ ଦେଇ ସେମାନଙ୍କର ଚିକିତ୍ସା କଲେ ସେମାନେ ନିଜ ବୃତିରେ ସଫଳ ହୋଇପାରିବେ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ।

ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍ ହଜବ୍ୟାଣ୍ଡ୍ରି (ଆଇଭିଏସ୍‌ଏଏଚ୍‌)ର ପ୍ରଥମ ବାର୍ଷିକ ଉତ୍ସବ “ଭେଟ୍ରିକ୍ସ-୨୦୨୪” ରେ ଶୁକ୍ରବାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତି ଦାସ କହିଛନ୍ତି ଯେ ଏହି ଅନୁଷ୍ଠାନ ହେଉଛି ସୋଆର ନୂତନତମ ଅନୁଷ୍ଠାନ । ୨୦୨୨ ଓ ୨୦୨୩ ଶିକ୍ଷା ବର୍ଷରେ ଅଧ୍ୟୟନ କରୁଥିବା ଭେଟେରିନାରୀ ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇ ଶ୍ରୀମତି ଦାସ କହିଥିଲେ ଯେ ପ୍ରତ୍ୟେକ ଡାକ୍ତର ପ୍ରାଣୀମାନଙ୍କୁ ଦୟା ପ୍ରଦର୍ଶନ କରି ଚିକିତ୍ସା କରିବା ଉଚିତ୍ । ଏହା ଦ୍ୱାରା ଚିକିତ୍ସାର ମାନ ବୃଦ୍ଧି ପାଇବ ବୋଲି ସେ କହିଥିଲେ । ଏଠାରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନେ ଖୁବ୍ ସଫଳ ପ୍ରାଣୀ ଚିକିତ୍ସକ ହେବା ସହ ସେମାନେ ନିଜର ଓ ବିଶ୍ୱବିଦ୍ୟାଳୟକୁ ଗୌରବମଣ୍ଡିତ କରିବେ ବୋଲି ସେ କହିଥିଲେ ।

ଏହି ଅବସରରେ ସ୧ାନିତ ଅତିଥି ଭାବେ ଯୋଗ ଦେଇ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଥିଲେ ଯେ ଉନ୍ନତ ମାନର ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ନେଇ ସୋଆ ଦ୍ୱାରା ମଣିଷମାନଙ୍କର ଚିକିତ୍ସା ପାଇଁ ୩ଟି ମେଡିକାଲ୍ କଲେଜ ଏବଂ ହସ୍ପିଟାଲ୍ ଏବଂ ଗୋଟିଏ କର୍ପୋରେଟ ହସ୍ପିଟାଲ୍ ସ୍ଥାପନ ହୋଇଥିବା ବେଳେ ପ୍ରାଣୀମାନଙ୍କର ଚିକିତ୍ସା ପାଇଁ ସୋଆ ପକ୍ଷରୁ ଆଉ ଗୋଟିଏ ଅନୁଷ୍ଠାନ ଯୋଡି ହୋଇ ଯାଇଛି ।

ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ନ୍ୟାସ୍‌ନାଲ୍ ଇନଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ସ୍ଥାନ ପାଇଥିବା ସୋଆ ଗତ ୭ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ ବିଶ୍ୱବିଦ୍ୟାଳୟ ତାଲିକାରେ ନିଜକୁ ସାମିଲ କରିପାରିଛି । ତେଣୁ ଏହି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଭାବେ ଗୌରବ ଅନୁଭୂତ କରିବା ପାଇଁ ପ୍ରଫେସର ନନ୍ଦ ଆହ୍ୱାନ ଦେଇଥିଲେ ।

ଏହି ଅବସରରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଛାତ୍ରଛାତ୍ରୀ ମାନେ ଶିକ୍ଷା ଗ୍ରହଣକୁ ଗୁରୁତ୍ୱ ଦେଇ ନିଜର ଭବିଷ୍ୟତ ଗଢ଼ିବା ଦରକାର ବୋଲି କହିଥିଲେ । ଏହି ଅବସରରେ ଆଇଭିଏସ୍‌ଏଏଚ୍‌ର ଡିନ୍ ପ୍ରଫେସର ବ୍ରହ୍ମଦେବ ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ପ୍ରାଣୀମାନଙ୍କର ସ୍ୱାସ୍ଥ୍ୟ ସହ ବିଶ୍ୱର ଖାଦ୍ୟ ସୁରକ୍ଷା ଓ ସ୍ୱାସ୍ଥ୍ୟର ସୁରକ୍ଷା ମଧ୍ୟ ନିର୍ଭର କରେ ବୋଲି କହିଥିଲେ । ମଣିଷର ୭୦ ପ୍ରତିଶତ ଶାରୀରିକ ବ୍ୟାଧି ପ୍ରାଣୀଙ୍କ ଠାରୁ ହିଁ ଆସିଥାଏ । ସେହିପରି ମଣିଷର ଅଧିକାଂଶ ଖାଦ୍ୟ ପ୍ରାଣୀଙ୍କ ଠାରୁ ମିଳିଥାଏ । ତେଣୁ ପ୍ରାଣୀମାନଙ୍କୁ ସୁରକ୍ଷା ଦେବା ନିହାତି ଆବଶ୍ୟକ ବୋଲି ସେ କହିଥିଲେ ।

ଏହି ଅବସରରେ ଅନୁଷ୍ଠାନର ଆସୋସିଏଟ୍ ଡିନ୍ ପ୍ରଫେସର ସୁଶାନ୍ତ କୁମାର ଦାସ ବାର୍ଷିକ ରିପୋର୍ଟ ପ୍ରଦାନ କରିବା ସହ ଶିକ୍ଷା ଗ୍ରହଣ ନିମନ୍ତେ ନିଆ ଯାଉଥିବା ପଦକ୍ଷେପ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ । ଏହି ଅବସରରେ କୃତି ଛାତ୍ରଛାତ୍ରୀମାନଙ୍କୁ ସୋଆ ଉପସଭାପତି, କୁଳପତି ଓ ଅନ୍ୟାନ୍ୟ ଅତିଥିମାନେ ପୁରସ୍କୃତ କରିଥିଲେ । ଛାତ୍ରଛାତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା । ଆସିଷ୍ଟାଂଟ ପ୍ରଫେସର ପ୍ରୀତିଶା ଶ୍ରୀବାସ୍ତବ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.