ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବିଧାୟକ ସମୀର ଦାଶଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି

0

ଭୁବନେଶ୍ବର: ଗତକାଲି ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ବିଧାୟକ ସମୀର ରଞ୍ଜନ ଦାସ। ଆଜି ବିଜେପି ସମୀରଙ୍କୁ ଦଳ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ କରିଛି। ସେହିପରି ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପି ଆଜି ଦଳରୁ ବହିଷ୍କାର କରିଛି ।

ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ, ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ତାଙ୍କୁ କାକଟପୁର, ନିମାପଡ଼ା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ବିଶେଷ ଭାବେ ପ୍ରଦାନ କରାଯାଇଛି।

ସେହିପରି ଶ୍ରୀ ସମୀର ଦାଶଙ୍କ ବ୍ୟତୀତ ନାଲକୋର ପୂର୍ବତନ ଅବସରପ୍ରାପ୍ତ ଅଧିକାରୀ ତପନ କୁମାର ଚାନ୍ଦଙ୍କୁ ବିଜେପି ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି। ଅନ୍ୟପକ୍ଷରେ ଦଳୀୟ ନିଷ୍ପତ୍ତି ବିରୁଦ୍ଧରେ ଯାଇ ପ୍ରାର୍ଥୀ ହୋଇଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଆଜି ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରାଯାଇଛି। ଶ୍ରୀ ସ୍ୱାଇଁଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.