ପ୍ରମୁଖ ଖବର

ଇ-୨୦ ଇନ୍ଧନ ନେଇ ନିତିନ ଗଡ଼କରୀଙ୍କ ସ୍ପଷ୍ଟୀକରଣ
ରାଜ୍ୟସଭାରେ ପାରିତ ହେଲା ‘ବନ୍ଦେ ମାତରମ୍’ ସୁରକ୍ଷା ବିଲ୍, ଅପମାନ କଲେ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍
ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଓଟିଆଣ୍ଡଏଏସ୍ କ୍ୟାଡର୍‌ରେ ରଦବଦଳ, ୧୯୮ ଅଧିକାରୀଙ୍କୁ ନୂଆ ଦାୟିତ୍ୱ
ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ, ୪ ମୃତ
କୋଇଲା ବ୍ଲକ ମାମଲାରେ ମନମୋହନ ସିଂଙ୍କୁ ସୁପ୍ରିମକୋର୍ଟଙ୍କ କ୍ଲିନ୍‌ଚିଟ୍
ଲୋକସଭାରେ ପାରିତ ହେଲା ସାର୍ବଜନୀନ ପରୀକ୍ଷା ସଂଶୋଧନ ବିଲ୍, ୨୦୨୬

ବଙ୍ଗୋପସାଗର ରେ ୨୪ ଘଣ୍ଟା ରେ ସୃଷ୍ଟି ହେବ ଡିପ୍ରେଶନ, ପରେ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା

0

ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହେଉଛି । ଏହି କ୍ଷେତ୍ର ଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ରେ ପରିଣତ ହେବ ଓ ପରବର୍ତ୍ତୀ ୩୬ ଘଣ୍ଟା ଯାଏଁ ଆହୁରି ଘନୀଭୂତ ହୋଇ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର ପୂର୍ବ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ପହଞ୍ଚିବ। ସମ୍ଭବତଃ ସେହି ସମୟ ରେ ଏହି କ୍ଷେତ୍ର ଟି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ତେବେ ଉତ୍ତରପୂର୍ବ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ପହଞ୍ଚିବା ପରେ ଏହା କେଉଁ ଉପକୂଳ ଅତିକ୍ରମ କରିବ ତାକୁ ନେଇ ଭିନ୍ନ ଭିନ୍ନ ମଡେଲ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି।

ଆସନ୍ତା ୩୬ ଘଣ୍ଟା ଯାଏଁ ଖରା ଗରମ ର ପ୍ରଭାବ ରାଜ୍ୟ ରେ ଅନୁଭୂତ ହେବ। କାଲି ରାତି ପରେ ପାଗ ରେ ପରିବର୍ତ୍ତନ ଆସିବ। ୨୪ ରାତି ରୁ ୨୬ ରାତି ଯାଏଁ ଉତ୍ତର ଉପକୂଳ , ଉପକୂଳ ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା କୁ ଏଡାଇ ଦିଆଯାଇନପାରେ। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୫ ତାରିଖ ଅପରାହ୍ନ ରୁ ୨୬ ରାତି ଯାଏଁ ସମୁଦ୍ର ଉପକୂଳ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି/ ଘଣ୍ଟା ବହିବା ସମ୍ଭାବନା ରହିଛି। ଉପକୂଳ ରେ ୨୫-୨୬ ରେ କୋହଲା ପାଗ ଅନୁଭୂତ ହେବ। ଏହି ସମୟ ରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ ତେଣୁ ସମୁଦ୍ର କୁ ଯିବା ବାରଣ।

ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.