ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ

0

କଟକ: ଆଜି ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ଘଟିଛି। କଟକ ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୁଚନା ଦେଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହ ସୁଜାତା ମିତ୍ରଙ୍କ ଶୋକସନ୍ତପ ପରିବାରବର୍ଗଙ୍କ ସମବେଦନା ଜଣାଇଛନ୍ତି। ଏହା ସହ ସେ ଅମର ଆତ୍ମାଙ୍କ ସଦ୍‌ଗତି କାମନା କରିଛନ୍ତି।

ସୁଚନାଯୋଗ୍ୟ, ଆଜି ନିର୍ବାଚନ ଡ୍ୟୁଟି ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ ସୁଜାତା। ତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ସମୟ ପୂର୍ବରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ସୁଜାତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

Leave A Reply

Your email address will not be published.