ପ୍ରମୁଖ ଖବର

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଗୋମ୍ଫାକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣେ ଦଶମ ଶ୍ରେଣୀର ଛାତ୍ରଙ୍କ ଆତ୍ମହତ୍ୟା
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଗୁଜରାଟରେ ଖୁବଶୀଘ୍ର ଲାଗୁ ହେବ ୟୁସିସି
ଲାଞ୍ଚ ନେଇ ଗିରଫ ହେଲେ ବିରମହାରାଜପୁର ଥାନା ଏଏସଆଇ
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ରାଜଧାନୀ ଭୁବନେଶ୍ବରରେ ମୋ ବସ୍‌ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ

ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

0

ଭୁବନେଶ୍ବର: ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଗୋଟିଏ ଦିନରେ କଳା, ବାଣିଜ୍ଯ, ବିଜ୍ଞାନ ଓ ଧନ୍ଦାମୂଳକ ଫଳ ପ୍ରକାଶ ପାଇଛି। ସବୁ କ୍ଷେତ୍ରରେ ପୁଅ ତୁଳନାରେ ଝିଅ ଭଲ କରିଥିବାବେଳେ କୌଣସି ପ୍ରତିଷ୍ଠାନରେ ଜିରୋ ରେଜଲ୍ଟ ହୋଇନାହିଁ। ଡିଜି ଲକରରେ ମାର୍କସିଟ୍ ଉପଲବ୍ଧ ହେଉଥିବାବେଳେ ପୂର୍ବବର୍ଷ ପରି କଲେଜରୁ ବି ଫଳ ଉପଲବ୍ଧ ହୋଇପାରିବ। www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । କଳାରେ ମୋଟ ୨ ଲକ୍ଷ ୩୫ ହଜାର ୨୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୧ ଲକ୍ଷ ୯୦ ହଜାର ୪୨୯ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି । ବିଜ୍ଞାନରେ ମୋଟ ୧ ଲକ୍ଷ ୧୫ ହଜାର ୮୯୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୧ଲକ୍ଷ ୭୫୭ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି ।

ସେହିପରି ବାଣିଜ୍ୟରେ ମୋଟ ୨୫ ହଜାର ୮୯୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୨୧ ହଜାର ୩୦୮ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି । ଚଳିତବର୍ଷ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା ।  ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବିଜ୍ଞାନରେ ୧ଲକ୍ଷ ୧୬ ହଜାର ୪୪୭ , କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକ ରେ ୫,୭୬୫ ଜଣ ଛାତ୍ର ଛାତ୍ରୀ ପରୀକ୍ଷା  ଦେଇଥିଲେ । ସାରା ରାଜ୍ୟରେ ୧୧୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଥିଲା ।

Leave A Reply

Your email address will not be published.