ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

0

ଭୁବନେଶ୍ବର: ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଗୋଟିଏ ଦିନରେ କଳା, ବାଣିଜ୍ଯ, ବିଜ୍ଞାନ ଓ ଧନ୍ଦାମୂଳକ ଫଳ ପ୍ରକାଶ ପାଇଛି। ସବୁ କ୍ଷେତ୍ରରେ ପୁଅ ତୁଳନାରେ ଝିଅ ଭଲ କରିଥିବାବେଳେ କୌଣସି ପ୍ରତିଷ୍ଠାନରେ ଜିରୋ ରେଜଲ୍ଟ ହୋଇନାହିଁ। ଡିଜି ଲକରରେ ମାର୍କସିଟ୍ ଉପଲବ୍ଧ ହେଉଥିବାବେଳେ ପୂର୍ବବର୍ଷ ପରି କଲେଜରୁ ବି ଫଳ ଉପଲବ୍ଧ ହୋଇପାରିବ। www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । କଳାରେ ମୋଟ ୨ ଲକ୍ଷ ୩୫ ହଜାର ୨୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୧ ଲକ୍ଷ ୯୦ ହଜାର ୪୨୯ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି । ବିଜ୍ଞାନରେ ମୋଟ ୧ ଲକ୍ଷ ୧୫ ହଜାର ୮୯୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୧ଲକ୍ଷ ୭୫୭ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି ।

ସେହିପରି ବାଣିଜ୍ୟରେ ମୋଟ ୨୫ ହଜାର ୮୯୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ଯେଉଁଥିରୁ ୨୧ ହଜାର ୩୦୮ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେଇଛନ୍ତି । ଚଳିତବର୍ଷ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା ।  ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବିଜ୍ଞାନରେ ୧ଲକ୍ଷ ୧୬ ହଜାର ୪୪୭ , କଳାରେ ସର୍ବାଧିକ ୨ ଲକ୍ଷ ୩୬ ହଜାର ୪୨୫, ବାଣିଜ୍ୟରେ ୨୫,୯୬୦ ଓ ଧନ୍ଦାମୂଳକ ରେ ୫,୭୬୫ ଜଣ ଛାତ୍ର ଛାତ୍ରୀ ପରୀକ୍ଷା  ଦେଇଥିଲେ । ସାରା ରାଜ୍ୟରେ ୧୧୫୦ ପରୀକ୍ଷା ସେଣ୍ଟର୍ ସହ ୨୦୨ଟି ହବ କରାଯାଇଥିଲା ।

Leave A Reply

Your email address will not be published.