ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ

0

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା। ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ । ବାଣ ପଡ଼ି  ସେଠାରେ ଉପସ୍ଥିତ ପ୍ରାୟ ୩୦ ଜଣ ଆତହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ କିଛି ଶିଶୁ ରହିଥିବା ଜଣାପଡିଛି l ଆହତ ବ୍ୟକ୍ତି ଓ ଶିଶୁଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏକା ସଂଗେ ଅଧିକ ବାଣ ଫୁଟିବାରୁ ଘଟିଥିଲା ଅଘଟଣ। ହସ୍ପିଟାଲରେ ପହଞ୍ଚି ଆହତଙ୍କୁ ଭେଟିଛନ୍ତି ପୁରୀ ଜିଲ୍ଲାପାଳ।

ତେବେ, ପୁରୀରେ ଘଟିଥିବା ଅଘଟଣ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.