ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ

0

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା। ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ । ବାଣ ପଡ଼ି  ସେଠାରେ ଉପସ୍ଥିତ ପ୍ରାୟ ୩୦ ଜଣ ଆତହତ ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ କିଛି ଶିଶୁ ରହିଥିବା ଜଣାପଡିଛି l ଆହତ ବ୍ୟକ୍ତି ଓ ଶିଶୁଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏକା ସଂଗେ ଅଧିକ ବାଣ ଫୁଟିବାରୁ ଘଟିଥିଲା ଅଘଟଣ। ହସ୍ପିଟାଲରେ ପହଞ୍ଚି ଆହତଙ୍କୁ ଭେଟିଛନ୍ତି ପୁରୀ ଜିଲ୍ଲାପାଳ।

ତେବେ, ପୁରୀରେ ଘଟିଥିବା ଅଘଟଣ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.