ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

0

ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।

ଦେଶର ଉତ୍ତର ପଶ୍ଚିମ ଭାଗରୁ ଉତପ୍ତ ବାୟୁ ପ୍ରବାହ ଆହୁରି ଗୋଟିଏ ସପ୍ତାହ କିମ୍ବା ତା’ଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଜାରି ରହିବାର ସୂଚନା ରହିଥିବା ବେଳେ ଓଡ଼ିଶା ଓ ଏହାର ନିକଟବର୍ତୀ ଅଂଚଳରେ ଜୁନ ୧୦ ପୂର୍ବରୁ ମୌସୁମୀର ଆଗମନ ହେବ ନାହଁ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ତେବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସେ କହିଛନ୍ତି ।

ମୌସୁମୀ କେରଳ, ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ ତଥା ଉତର ପୂର୍ବ ରାଜ୍ୟଗୁଡ଼ିକୁ ଛୁଇଁଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବାୟୁମଣ୍ଡଳରେ ଜଳୀୟ ବାଷ୍ପ ସୃଷ୍ଟି ହେବ । ମାତ୍ର ଦୁଇ ବା ତିନି ଦିନ ମଧ୍ୟରେ କାଳବୈଶାଖୀ ଯୋଗୁଁ ଆସ୍ୱସ୍ତିକର ଲାଘବ ହୋଇପାରେ ।

Leave A Reply

Your email address will not be published.