ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

0

ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।

ଦେଶର ଉତ୍ତର ପଶ୍ଚିମ ଭାଗରୁ ଉତପ୍ତ ବାୟୁ ପ୍ରବାହ ଆହୁରି ଗୋଟିଏ ସପ୍ତାହ କିମ୍ବା ତା’ଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଜାରି ରହିବାର ସୂଚନା ରହିଥିବା ବେଳେ ଓଡ଼ିଶା ଓ ଏହାର ନିକଟବର୍ତୀ ଅଂଚଳରେ ଜୁନ ୧୦ ପୂର୍ବରୁ ମୌସୁମୀର ଆଗମନ ହେବ ନାହଁ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ତେବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସେ କହିଛନ୍ତି ।

ମୌସୁମୀ କେରଳ, ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ ତଥା ଉତର ପୂର୍ବ ରାଜ୍ୟଗୁଡ଼ିକୁ ଛୁଇଁଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବାୟୁମଣ୍ଡଳରେ ଜଳୀୟ ବାଷ୍ପ ସୃଷ୍ଟି ହେବ । ମାତ୍ର ଦୁଇ ବା ତିନି ଦିନ ମଧ୍ୟରେ କାଳବୈଶାଖୀ ଯୋଗୁଁ ଆସ୍ୱସ୍ତିକର ଲାଘବ ହୋଇପାରେ ।

Leave A Reply

Your email address will not be published.