ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଖସିଲା ତୀର୍ଥଯାତ୍ରୀ ବସ୍: ୨୧ ମୃତ,୪୦ରୁ ଅଧିକ ଆହତ

0

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରରେ ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ବସ୍ ରାଏସି ଜିଲ୍ଲାର ପ୍ରସିଦ୍ଧ ଶିବ ଖୋରି ମନ୍ଦିରକୁ ଯାଉଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ତୀର୍ଥଯାତ୍ରୀ ଥିଲେ। ଅଖନୁରର ଏକ ଘାଟି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲା।

କିନ୍ତୁ ପରବର୍ତ୍ତୀ ସମୟରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୧ରେ ପହଞ୍ଚିଛି। ଖବର ପାଇ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୪୦ ଜଣଙ୍କୁ ଉଦ୍ଧାର କରିଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଥିବାବେଳେ ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। 

Leave A Reply

Your email address will not be published.