ପ୍ରମୁଖ ଖବର

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ
ଖଣ୍ଡଗିରି ଡବଲ ମର୍ଡରର ପର୍ଦ୍ଦାଫାଶ: ଦୁଇ ନାବାଳକ ଅଭିଯୁକ୍ତ ଅଟକ
୩ ବର୍ଷର ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା: ୬୫ ବର୍ଷୀୟ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ
ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍
ଦିଲ୍ଲୀରେ ଇଭିକୁ ବଡ଼ ପ୍ରୋତ୍ସାହନ, ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ

ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

0

ଭୁବନେଶ୍ୱର, ମଇ ୩୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ ରେଡ଼ିଓ ଷ୍ଟେସନ୍ ପକ୍ଷରୁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା । ଋତୁସ୍ରାବ ସମୟରେ ସ୍ୱାସ୍ଥ୍ୟର ଯତ୍ନ ଏବଂ ମହିଳା ଓ ଝିଅ ମାନଙ୍କର ଶାରୀରିକ, ମାନସିକ ଏବଂ ସାମାଜିକ ସୁସ୍ଥତା ଉପରେ ଗୁରୁତ୍ୱାରୋପ କରାଯାଇ ଏହି ଦିବସକୁ ପାଳନ କରାଯାଇଥାଏ ।

ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଉପସ୍ଥିତ ରହି ବିଶ୍ୱ ବିଦ୍ୟାଳୟର ମହିଳା ସଫେଇ କର୍ମଚାରୀମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ସାନିଟାରୀ ପ୍ୟାଡ ବଣ୍ଟନ କରିଥିଲେ । ରେଡ଼ିଓ ଷ୍ଟେସନ୍‌ର ଇନ୍‌ଚାର୍ଜ ଶ୍ରୀମତି ହନୀ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ସଚେତନ କରିବା ସହ ଏହା ଦ୍ୱାରା ଋତୁସ୍ରାବକୁ ନେଇ ରହିଥିବା ଭୁଲ ଧାରଣାକୁ ଦୂର କରିବାରେ ସହାୟକ ହେବ ।

ସୋଆ ରେଡ଼ିଓ ଷ୍ଟେସନ୍‌ର ରେଡ଼ିଓ ଜକି ଶୁଭଶ୍ରୀ ଶୁଭସ୍ମିତା ସ୍ୱାଇଁ, ଶୁଭଶ୍ରୀ ପାତ୍ର ଓ ଶୁଭଶ୍ରୀ ସାହୁ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.