ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ

0

କେନ୍ଦୁଝର : ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ୮୯ ବର୍ଷ ବୟସରେ ପରଲୋକ। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କେନ୍ଦୁଝର ଜିଲ୍ଲା ବୈଦରାଜ ସାହି ସ୍ଥିତ ନିଜର ପୈତୃକ ବାସଭାବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି।

କାଠି କଣ୍ଢେଇ ପାଇଁ ସେ ବହୁ ଅନୁଷ୍ଠାନରୁ ପୁରସ୍କୃତ ହୋଇଥିବାବେଳେ କେନ୍ଦ୍ର ସରକାରଙ୍କ କେନ୍ଦ୍ର ନାଟ୍ୟ ଏକାଡେମୀ, ରାଜ୍ୟ ସରାକରଙ୍କ ସଙ୍ଗୀତ ନାଟ୍ୟ ଏକାଡେମୀ ଭଳି ପୁରସ୍କାର ପାଇଛନ୍ତି। ୨୦୨୩ ମସିହାରେ ତାଙ୍କୁ ଭାରତ ସରକାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

କିଛି ଦିନ ତଳେ ମାଗୁଣି ଚରଣ ଖୁବ୍ ଅସୁସ୍ଥ ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସିତ ହେବା ପରେ ସେ ସାମାନ୍ୟ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଆଜି ତାଙ୍କର ଦେହାନ୍ତ ହୋଇଯାଇଛି। ତାଙ୍କ ମୃତ୍ୟୁ ପରେ ଶୋକସନ୍ତପ ପରିବାରକୁ ସାନ୍ତ୍ୱନା ଦେବା ପାଇଁ ଓ ଶେଷ ଦର୍ଶନ ପାଇଁ ତାଙ୍କର ବାସଭବନକୁ ସ୍ଥାନୀୟ ଲୋକଙ୍କ ସୁଅ ଛୁଟିଛି।

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କଣ୍ଢେଇ ନୃତ୍ୟକୁ ବିଶ୍ବ ଦରବାରରେ ପହଞ୍ଚାଇବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏହା ସହ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.