ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଗରମ, ଗୁଳୁଗୁଳି ପ୍ରଭାବ ଆଉ ୪୮ ଘଣ୍ଟା

0

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ଯାଏଁ ଓଡ଼ିଶାରେ ଜାରି ରହିବ ଗରମ ଗୁଳୁଗୁଳି ର ପ୍ରଭାବ। ଗତକାଲି ପରି ଆଜି ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ପାରଦ ୪୫ ଡିଗ୍ରି ସେଣ୍ଟିଗ୍ରେଡ୍‌ ଉପରେ ରହିବ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ କ୍ରମାଗତ ଉଷ୍ମ ବାୟୁ ଚଳନ ଯୋଗୁଁ ଦିନ ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି। ସେହିପରି ରାତି ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି। ଆସନ୍ତା ୨୪ ଘଣ୍ଟା ରେ ଝାରସୁଗୁଡା, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼ , ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବୌଦ୍ଧ, କନ୍ଧମାଳ, ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ଲହରୀ ସ୍ଥିତି ରହିବା ସହ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ଅଧିକ ରହିବା ହେତୁ ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ସାର୍ଥକ ମିଶ୍ର।

ତେବେ ଅପରାହ୍ନ ପରେ ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମୟୂରଭଂଜ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, ପୁରୀ, ନୟାଗଡ଼, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଅଳ୍ପ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ପବନ ଘଣ୍ଟାପ୍ରତି ୩୦-୪୦କିମି ବେଗରେ ବହିବା ସମ୍ଭାବନା ରହିଛି।

୩ ତାରିଖ ଠାରୁ ଗରମ ଓ ଗୁଳୁଗୁଳି ପ୍ରଭାବ ଧୀରେ ଧୀରେ କମିବ। ତେବେ ୬ ତାରିଖ ପରେ ପୁଣି ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Leave A Reply

Your email address will not be published.