ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ପୁରୀ ବାଣ ବିସ୍ଫୋରଣ ଘଟଣା, ୪ ଦିନରେ ୧୩ ମୃତ

0

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି ।

ପୁରୀ ବାଣ ମୃତ୍ୟସଂଖ୍ୟାରେ ଲାଗୁନି ବ୍ରେକ୍ । ୪ ଦିନ ଭିତରେ ୧୩ ଜଣଙ୍କ ଜୀବନ ଗଲାଣି। ଏବେବି ୧୭ ଜଣ ଗୁରୁତର ଅବସ୍ଥାରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଆଜି ଏହି ଘଟଣାରେ ୪ ଜଣଙ୍କୁ ପୋଲିସ ଅଟକ ରଖିଥିଲେ ବି, ଏଯାଏଁ କାହାକୁ ଗିରଫ କରାଯାଇନି। ବାଣ ବିସ୍ଫୋରଣ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନକୁ ନେଇ ପୁରୀବାସୀ ସ୍ଥାନୀୟ ପ୍ରଶାସନ ଓ ପୋଲିସର କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଛନ୍ତି।

ଏସଆରସି ଆସନ୍ତା ୫ ତାରିଖରେ ପୁରୀରେ ଏହାର ସ୍ୱତନ୍ତ୍ର ତଦନ୍ତ କରିବେ। ବାଣ ବିସ୍ଫୋରଣ ଘଟଣାରେ ନିମାପଡ଼ା ଚାରିଛକ ଅଞ୍ଚଳର ଜଣେ ବାଣ ବ୍ୟବସାୟୀଙ୍କୁ ଅଟକ ରଖାଯାଇଛି। ବାଣ ବ୍ୟବସାୟୀକୁ ଅଟକ ରଖି ପୁରୀ ପୋଲିସର ପଚରାଉଚରା କରୁଛି।ଏଯାବତ ବାଣ ବିସ୍ଫୋରଣ ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଲାଣି। ସରକାର ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.