ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ପୁରୀ ବାଣ ବିସ୍ଫୋରଣ ଘଟଣା, ୪ ଦିନରେ ୧୩ ମୃତ

0

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି ।

ପୁରୀ ବାଣ ମୃତ୍ୟସଂଖ୍ୟାରେ ଲାଗୁନି ବ୍ରେକ୍ । ୪ ଦିନ ଭିତରେ ୧୩ ଜଣଙ୍କ ଜୀବନ ଗଲାଣି। ଏବେବି ୧୭ ଜଣ ଗୁରୁତର ଅବସ୍ଥାରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଆଜି ଏହି ଘଟଣାରେ ୪ ଜଣଙ୍କୁ ପୋଲିସ ଅଟକ ରଖିଥିଲେ ବି, ଏଯାଏଁ କାହାକୁ ଗିରଫ କରାଯାଇନି। ବାଣ ବିସ୍ଫୋରଣ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନକୁ ନେଇ ପୁରୀବାସୀ ସ୍ଥାନୀୟ ପ୍ରଶାସନ ଓ ପୋଲିସର କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଛନ୍ତି।

ଏସଆରସି ଆସନ୍ତା ୫ ତାରିଖରେ ପୁରୀରେ ଏହାର ସ୍ୱତନ୍ତ୍ର ତଦନ୍ତ କରିବେ। ବାଣ ବିସ୍ଫୋରଣ ଘଟଣାରେ ନିମାପଡ଼ା ଚାରିଛକ ଅଞ୍ଚଳର ଜଣେ ବାଣ ବ୍ୟବସାୟୀଙ୍କୁ ଅଟକ ରଖାଯାଇଛି। ବାଣ ବ୍ୟବସାୟୀକୁ ଅଟକ ରଖି ପୁରୀ ପୋଲିସର ପଚରାଉଚରା କରୁଛି।ଏଯାବତ ବାଣ ବିସ୍ଫୋରଣ ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଲାଣି। ସରକାର ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.