ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ତାଜ ଏକ୍ସପ୍ରେସରେ ୪ଟି ବଗିରେ ଅଗ୍ନିକାଣ୍ଡ

0

ନୂଆଦିଲ୍ଲୀ : ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ ସେବା(ଡିଏଫ୍‌ଏସ୍‌) ଅଧିକାରୀ କହିଛନ୍ତି, ତାଜ ଏକ୍ସପ୍ରେସ ଟ୍ରେନର ୪ଟି କୋଚରେ ନିଆଁ ଲାଗିଥିବା ନେଇ ଖବର ମିଳିଥିଲା। ଖବର ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ନିଭାଇବାକୁ ଉଦ୍ୟମ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ।

ମିଳିଥିବା ସୂଚନା ଅନୁଯାୟୀ ନୂଆଦିଲ୍ଲୀର ତୋଗଲକାବାଦ୍‌-ଓଖଲା ମଧ୍ୟରେ ତାଜ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଆଜି ଭୟଙ୍କର ଅଗ୍ନିକାଣ୍ଡ ଘଟି ଏହି ଟ୍ରେନ୍‌ର ୪ଟି ବଗିରେ ନିଆଁ ଲାଗି ଯାଇଥିବା ବେଳେ ଏହାକୁ ଲିଭାଇ ଦିଆଯାଇଛି। ଅପରପକ୍ଷରେ ଏହି ଟ୍ରେନର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଦିଲ୍ଲୀ ଅଗ୍ନିଶମ ବାହିନୀର ଜଣେ ଅଧିକାରୀ କହିଛନ୍ତି ଯେ ତାଜ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ର ଚାରିଟି ବଗିରେ ନିଆଁ ଲାଗିଥିବା ନେଇ ଅପରାହ୍ନ ୪ଟା ୨୪ ମିନିଟ୍‌ରେ ଏକ ଫୋନ ଆସିଥିଲା । ଖବର ପାଇ ଦିଲ୍ଲୀ ଅଗ୍ନିଶମ ବାହିନୀର ୮ଟି ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ଏବଂ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଟ୍ରେନରୁ ଓହ୍ଲାଇବାରେ ସହାୟତା କରିଥିଲେ।

Leave A Reply

Your email address will not be published.