ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବିଧାନସଭା ଭାଙ୍ଗିଲେ ରାଜ୍ୟପାଳ

0

ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିସ କରିଥିଲା।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟର ଶେଷ ବୈଠକ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଭର୍ଚୁଆଲ ମୋଡରେ ଯୋଗଦେଇଥିଲେ। ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କ୍ରମେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିସ କରାଯାଇଥିଲା।

ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରନ୍ତି।

Leave A Reply

Your email address will not be published.