ପ୍ରମୁଖ ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ ଉଚ୍ଚସ୍ତରୀୟ କମିଟି, ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ
ସିଂହାମୁଣ୍ଡାରେ ଝାଡ଼ାବାନ୍ତି ଦୁଇ ମୃତ, ୫୦ରୁ ଅଧିକ ଆକ୍ରାନ୍ତ
ସିପିଆଇଏମ୍ ମହାସଚିବ ସୀତାରାମ ୟେଚୁରୀଙ୍କ ଦେହାନ୍ତ, ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ
ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି, ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ
ଉତ୍ତରପ୍ରଦେଶ ବାହାରାଇଚରେ ମାତିଛି ମଣିଷଖିଆ ଗଧିଆ: ଦୁଇ ଦିନରେ ତିନି ଶିଶୁଙ୍କୁ ମରାଣାନ୍ତକ ଆକ୍ରମଣ , ସତର୍କ ରହିବାକୁ ବନବିଭାଗର ପରାମର୍ଶ

ସୋଆ ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆରମ୍ଭ

0

ଭୁବନେଶ୍ୱର, ୦୩/୦୬: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ। ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା। କେବଳ ଖାଦ୍ୟ ସୁସ୍ୱାଦ ହେବା ଜରୁରୀ ନୁହେଁ ସେତିକି ଶରୀର ପାଇଁ ସ୍ୱାସ୍ଥ୍ୟକର ହେବା ଜରୁରୀ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ସୋମବାର ମହିଳାମାନଙ୍କ ନିମନ୍ତେ ଆରମ୍ଭ ହୋଇଥିବା ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛପନ ଭୋଗର ପ୍ରତିଷ୍ଠାତା ଶ୍ରୀ ସତ୍ୟବତ୍ର ମହାନ୍ତି କହିଛନ୍ତି।

କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେବା ଅବସରରେ ଦୁଇ ସପ୍ତାହବ୍ୟାପୀ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମହିଳାମାନେ କିଭଳି ରୁଚିକର ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତ କରିପାରିବେ ଓ ଠିକ୍ ଭାବେ ପରଷି ପାରିବେ ତାହା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଛନ୍ତି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି। ଏଭଳି କାର୍ଯ୍ୟକ୍ରମ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବାରେ ସାହାଯ୍ୟ କରିବା ସହିତ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।
ଆମ ଖାଦ୍ୟ ଯେତିକି ପୁଷ୍ଟିକର ହେବ ତାହା ଆଗାମୀ ପିଢିମାନଙ୍କୁ ବଂଚେଇ ପାରିବ । ଅନେକ ମହିଳା ଘରେ କ୍ଲାଉଡ କିଚେନ୍ ଆରମ୍ଭ କରିଥିବା ପ୍ରକାଶ କହିଥିଲେ। ତେଣୁ ଏଭଳି କାର୍ଯ୍ୟକ୍ରମ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବାରେ ସାହାଯ୍ୟ କରିବ ବୋଲି ଶ୍ରୀ ମହାନ୍ତି ଏହି ଅବସରରେ କହିଛନ୍ତି।
ଏସ୍‌ଏଚ୍‌ଏମ୍‌ର ପ୍ରଫେସର (ଡକ୍ଟର) ଅଂଶୁମାନ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସୁସ୍ୱାଦୁକର ଭାରତୀୟ ବ୍ୟଞ୍ଜନ, ପୁଷ୍ଟିକର କନ୍‌ଟିନେଂଟାଲ୍ ବ୍ୟଞ୍ଜନ ଓ ବିଭିନ୍ନ ପ୍ରକାରର ମକ୍‌ଟେଲ୍ ପ୍ରସ୍ତୁତିର ପ୍ରଶିକ୍ଷଣ ଦିଆଯିବ। ପ୍ରତ୍ୟେକ ଦିନ ୨ଟାରୁ ୫ ଟା ପର୍ଯ୍ୟନ୍ତ ପ୍ରଶିକ୍ଷଣ ଦିଆଯିବ।

Leave A Reply

Your email address will not be published.