ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ହାରିଲା ବିଜେଡି

0

ଭୁବନେଶ୍ବର: ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା। ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନାରୁ ଦୂରେଇ ରଖିବା ପରାଜୟର ଅନ୍ୟତମ କାରଣ। ଏହା ହିଁ ସାଧାରଣରେ ଗ୍ରହଣଯୋଗ୍ୟ ହୋଇ ନାହିଁ। ବିଧାନସଭାରେ ଏହି ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନିର୍ବାଚନରେ ପରିଚାଳନାରେ ତ୍ରୁଟି ହୋଇଛି ତାହାର ସମୀକ୍ଷା ହେବ।

ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି। ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି।

Leave A Reply

Your email address will not be published.