ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

0

ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଓଡ଼ିଶାର ସପ୍ତଦଶ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଆଜିଠାରୁ ଆଦର୍ଶ ଆଚରଣ ବିଧି ଉଠାଇ ଦିଆଯାଇଛି। ମାର୍ଚ୍ଚ ୧୬ ତାରିଖରୁ ଲାଗୁ ହୋଇଥିଲା ଆଚରଣ ବିଧି। ନିର୍ବାଚନ ପ୍ରକ୍ରିୟା ସରିଥିବାରୁ ଏମସିସି ହଟାଇ ଦିଆଯାଇଛି । ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମରୁ ବି ଆଦର୍ଶ ଆଚରଣ ବିଧି ହଟାଇ ଦିଆଯାଇଛି। କର୍ଣ୍ଣାଟକ, ମହାରାଷ୍ଟ୍ର ଓ ତେଲେଙ୍ଗାନାର କିଛି ଅଞ୍ଚଳରେ ଏହା ବଳବତ୍ତର ରହିଛି। ବିଧାନ ପରିଷଦ ଉପନିର୍ବାଚନ ପାଇଁ ହଟିନି ଆଚରଣ ବିଧି। ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.