ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ

0

ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ। ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ଗୁଳୁଗୁଳି ଅନୁଭୂତ ହେବ। ଆଉ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାଛଡ଼ା ୮ ଓ ୯ ତାରିଖରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହୋଇପାରେ। ଠିକ୍‌ ସେହିପରି ୯ ତାରିଖରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ତାପମାତ୍ରା ୪୨ ଡିଗ୍ରୀରୁ ଅଧିକ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବ। ୮, ୯, ୧୦ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ହେବ ବୋଲି କହିଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.