ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

0

ଭୁବନେଶ୍ୱର, ୦୬/୦୬:ଆରବ ସାଗରରୁ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ପ୍ରବେଶ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ବାୟୁ ପ୍ରବାହର ପ୍ରଭାବରେ ମହାରାଷ୍ଟ୍ର, ତେଲେଙ୍ଗାନା ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାଗୁଡ଼ିକୁ ଜୁନ ୯ ଓ ୧୦ ସୁଦ୍ଧା ମୌସୁମୀ ଛୁଇଁବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।

ଆରବ ସାଗରର ମୌସୁମୀ ପ୍ରବାହ ଅଧିକ ଶକ୍ତିଶାଳୀ ହେଉଥିବା ବେଳେ ଜୁନ ୧୫ ଠାରୁ ବଙ୍ଗୋପସାଗର ଶାଖା ସବଳ ହୋଇ ଓଡ଼ିଶା ତଥା ପୂର୍ବ ଭାରତର ରାଜ୍ୟଗୁଡ଼ିକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ବୋଲି ଡକ୍ଟର ସାହୁ ସୂଚନା ଦେଇଛନ୍ତି। ଜୁ୍‌ନ୍ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୨ ଡିଗ୍ରୀ ରୁ କମ୍ ଏବଂ ଉପକୂଳବର୍ତୀ ଅଂଚଳରେ ୪୦ ଡିଗ୍ରୀ ରୁ କମ୍ ବା ମଧ୍ୟମ ଧରଣର ତାପମାତ୍ରା ରହିବା ସହିତ ପାଗ ଉଷ୍ମ -ଆର୍ଦ୍ର ରହିବ ବୋଲି ସେ କହିଛନ୍ତି

ଯଦି ମୌସୁମୀ ଆସିବାରେ ବିଳମ୍ବ ହୁଏ ତେବେ ଜୁନ୍ ୧୨ ରୁ ୧୬ ମଧ୍ୟରେ ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ୍ ଏବଂ ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ୪୦ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ରହିପାରେ।ଏହି ସମୟରେ ରାଜ୍ୟର ବିଭିନ୍ନ ଅଂଚଳରେ ବିକ୍ଷିପ୍ତ ଭାବେ କାଳବୈଶାଖୀ ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଅଂଚଳରେ ଏହାର ପ୍ରବାହ ଅଧିକ ରହିପାରେ ବୋଲି ଡକ୍ଟର ସାହୁ କହିଛନ୍ତି ।

Leave A Reply

Your email address will not be published.