ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

0

ଭୁବନେଶ୍ବର: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ, କିନ୍ନର ଏବଂ ଶ୍ରମିକମାନେ ।

ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ପାଇଁ ବନ୍ଦେ ଭାରତ ଏବଂ ମେଟ୍ରୋ ଟ୍ରେନରେ କାର୍ଯ୍ୟରତ ରେଳ କର୍ମଚାରୀ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାର ହିତାଧିକାରୀମାନେ ସାମିଲ ହେବେ । ଏଥିପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଓ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରେମେସିଂହେଙ୍କୁ ପୂର୍ବରୁ ନିମନ୍ତ୍ରଣ କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଭବନରେ ୮ ହଜାରରୁ ଅଧିକ ଅତିଥିଙ୍କ ପାଇଁ ବ୍ୟବସ୍ଥା କରାଯାଉଛି । ଯେଉଁଥିରେ ଦେଶ ବିଦେଶର ଅତିଥି ଉପସ୍ଥିତ ରହିବେ । ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟ ବିଜୟୀ ହେବା ପରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ।

Leave A Reply

Your email address will not be published.