ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ

0

ଭୁବନେଶ୍ବର: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ, କିନ୍ନର ଏବଂ ଶ୍ରମିକମାନେ ।

ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ପାଇଁ ବନ୍ଦେ ଭାରତ ଏବଂ ମେଟ୍ରୋ ଟ୍ରେନରେ କାର୍ଯ୍ୟରତ ରେଳ କର୍ମଚାରୀ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାର ହିତାଧିକାରୀମାନେ ସାମିଲ ହେବେ । ଏଥିପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଓ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରେମେସିଂହେଙ୍କୁ ପୂର୍ବରୁ ନିମନ୍ତ୍ରଣ କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଭବନରେ ୮ ହଜାରରୁ ଅଧିକ ଅତିଥିଙ୍କ ପାଇଁ ବ୍ୟବସ୍ଥା କରାଯାଉଛି । ଯେଉଁଥିରେ ଦେଶ ବିଦେଶର ଅତିଥି ଉପସ୍ଥିତ ରହିବେ । ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟ ବିଜୟୀ ହେବା ପରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ।

Leave A Reply

Your email address will not be published.