ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

0

ମୟୁରଭଞ୍ଜ: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆଗାମୀ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆଗମନ ହେଉଥିବା କାରଣରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଟାଇଗର ରିଜର୍ଭକୁ ବନ୍ଦ ପାଇଁ ନୋଟିସ ଜାରି କରାଯାଇଛି।

ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.