ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

0

ମୟୁରଭଞ୍ଜ: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆଗାମୀ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆଗମନ ହେଉଥିବା କାରଣରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଟାଇଗର ରିଜର୍ଭକୁ ବନ୍ଦ ପାଇଁ ନୋଟିସ ଜାରି କରାଯାଇଛି।

ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.