ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୬ ମାସ ଛୁଟିରେ ଗଲେ ସୁଜାତା ଆର୍‌ କାର୍ତ୍ତିକେୟନ୍‌

0

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଗତ ୩୧ ତାରିଖ ଠାରୁ ଛୁଟିରେ ଅଛନ୍ତି। ଝିଅର ଦଶମ ଶ୍ରେଣୀ ପରୀକ୍ଷା ଥିବାରୁ ତା’ର ପ୍ରସ୍ତୁତି ପାଇଁ ସେ ଆସନ୍ତା ନଭେମ୍ବର ୩୧ ତାରିଖ ଯାଏଁ ଛୁଟିରେ ରହିବେ।ସାଧାରଣ ପ୍ରଶାସନ ବିଭାଗର ଅଫିସ୍ ଅର୍ଡର ଅନୁସାରେ, ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତ କାର୍ତ୍ତିକେୟନ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟିରେ ପଳାଇଛନ୍ତି। ତାଙ୍କ ଝିଅ ଦଶମ ପରୀକ୍ଷା ଦେବାକୁ ଥିବାରୁ ତା’ର ଯତ୍ନ ନେବା ପାଇଁ ସୁଜାତା ଛୁଟି ନେଇଥିବା ଦର୍ଶାଇଛନ୍ତି।

ସର୍ବଭାରତୀୟ ପ୍ରଶାସନିକ ସେବା ରୁଲସ୍‌-୧୯୫୫ର ରୁଲ ରେ ଥିବା ପ୍ରାବଧାନ ଅନୁସାରେ ସୁଜାତାଙ୍କୁ ଏହି ଛୁଟି ମଞ୍ଜୁର ହୋଇଥିବା ସାଧାରଣ ପ୍ରଶାସନ ବିଭାଗ ଦର୍ଶାଇଛି। ସୁଜାତାଙ୍କର ପିଲାର ଯତ୍ନ ପାଇଁ ନେଇଥିବା ଅବଧିର ଛୁଟିକୁ ସାଧାରଣ ଛୁଟିରୁ ବାଦ୍ ଦିଆଯିବ ନାହିଁ । ପିଲାର ଯତ୍ନ ପାଇଁ ନେଇଥିବା ଛୁଟିକୁ ସବୈତନିକ ଛୁଟି ଭାବେ ବିବେଚନା କରାଯିବ ଓ ଛୁଟି ସରିବା ପରେ ଉକ୍ତ ଦରମା ପାଇବାକୁ ସେ ହକଦାର ହେବେ ବୋଲି ଅଫିସ୍ ଅର୍ଡରରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ ପାଇଁ ସୁଜାତା କାର୍ତ୍ତିକେୟନ୍‌ ଏଜେଣ୍ଟ ଭଳି କାମ କରୁଛନ୍ତି ବୋଲି ଭାରତୀୟ ଜନତା ପାର୍ଟି ଭାରତୀୟ ନିର୍ବାଚନ କମିସନ୍‌ଙ୍କ ନିକଟରେ ଗତମାସ ଅଭିଯୋଗ ଆଣିଥିଲା। ଏହା ‌ପରେ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିସନ ଶକ୍ତି ବିଭାଗରୁ ଅର୍ଥ ବିଭାଗକୁ ବଦଳି ହୋଇଥିଲା।

Leave A Reply

Your email address will not be published.