ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ?

0

ଭୁବନେଶ୍ବର: ବିଜେପି ସରକାରରେ କିଏ ହେବେ ମୁଖ୍ୟମନ୍ତ୍ରୀ, ସେ ନେଇ ଜାରି ରହିଛି କଳ୍ପନାଜଳ୍ପନା। ଓଡିଶାରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା କାହାକୁ ବାଛିବ ତାହା କେହି ଠଉରାଇ ପାରୁନାହାନ୍ତି। ଇତିମଧ୍ୟରେ ରାଜ୍ୟ ବିଜେପି ନେତାମାନେ ଆଲୋଚନା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଫଳାଫଳ ଆସିବାର ୭୨ ଘଣ୍ଟା ପରେ ବି ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ ।

ସମସ୍ତେ କେନ୍ଦ୍ରୀୟ ନିଷ୍ପତିକୁ ଅପେକ୍ଷା କରି ରହିଛନ୍ତି। ଦିନେ ଦୁଇ ଦିନ ଭିତରେ ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି। ଦିଲ୍ଲୀରୁ ନାଁ ଚୂଡାନ୍ତ ହେବା ପରେ ଏଠାରେ ବିଧାୟକ ଦଳ ବୈଠକ ବସି ତାଙ୍କୁ ନେତା ନିର୍ବାଚିତ କରାଯିବ। ଏଭଳି ପରିସ୍ଥିତିରେ ପୂର୍ବତନ ସିଏଜି ଏବଂ ଜମ୍ମୁ କଶ୍ମୀରର ରାଜ୍ୟପାଳ ଗିରିଶ ମୁର୍ମୁଙ୍କ ସହ କିଛି ନୂତନ ନିର୍ବାଚିତ ବିଧାୟକଙ୍କ ନାମ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଆଲୋଚନା ଚାଲିଛି ବୋଲି ଗୋଟିଏ ଗୋଷ୍ଠୀ କହୁଛନ୍ତି।

ତେବେ ଚର୍ଚ୍ଚାର ଶୀର୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ରହିଛି। ବୈଜୟନ୍ତ ପଣ୍ଡା, ପ୍ରତାପ ଷଡଙ୍ଗୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । ସେହିପରି ସରପ୍ରାଇଜ୍ କାର୍ଡ ଭାବେ ନୂଆ ଚେହେରା ମଧ୍ୟ ସାମ୍ନାକୁ ଆସିପାରେ। ଭାରତ ସରକାରଙ୍କ କଂଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଗିରିଶ ମୁର୍ମୁ ଓ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ନେଇ ବି ଜୋରଦାର ଚର୍ଚ୍ଚା କରାଯାଉଛି। ଜୁନ୍ ୧୦ ତାରିଖରେ ଭୁବନେଶ୍ୱରରେ ବିଜେପି ନେତା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଉ ଏବେ ସବୁଠୁ ବଡ ପ୍ରଶ୍ନ ୧୦ ତାରିଖରେ କିଏ ନେବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ, ତାହା ଉପରେ ସଭିଁଙ୍କ ନଜର।

Leave A Reply

Your email address will not be published.