ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ରାମୋଜୀ ରାମା ରାଓଙ୍କ ପରଲୋକ

0

ହାଇଦ୍ରାବାଦ: ରାମୋଜୀ ଫିଲ୍ମ ସିଟି ଓ ଇଟିଭି ନେଟୱାର୍କର ପ୍ରତିଷ୍ଠାତା ରାମୋଜୀ ରାମା ରାଓଙ୍କ ପରଲୋକ। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ।

ସୂଚନାଯୋଗ୍ୟ, ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ହେଉଛନ୍ତି ରାମୋଜୀ ରାଓ। ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି। ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ରାମୋଜି ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରିଆସୁଥିବା ରାଓ ଙ୍କ ଅନ୍ତିମ ସଂସ୍କାର ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ସମ୍ପନ୍ନ ହେବାର ସୂଚନା ରହିଛି।

Leave A Reply

Your email address will not be published.