ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ

0

ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍‌ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ କରିଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଗୁରୁବାର ଚିଠି ଲେଖି ଦୁଇ ଆଇପିଏସ୍ ଅଫିସର ଡିଏସ୍‌ କୁଟ୍ଟେ ଓ ଆଶିଷ ସିଂ ବିରୋଧରେ ନିଆଯାଇଥିବା ନିଷ୍ପତ୍ତି ସଂପର୍କରେ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ସିଏମଓରେ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଆପିଏସ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ଆଶ୍ବସ୍ତି ମିଳିଛି। ତାଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇ ନିଆଯାଇଛି। ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଡି.ଏସ କୁଟ୍ଟେଙ୍କୁ ଚଳିତ ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ କରୁଥିବା ଅଭିଯୋଗରେ ନିଲମ୍ବିତ କରାଯାଇଥିଲା ।

ସେହିପରି ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଆଶିଷ ସିଂ ଛୁଟିରେ ଯାଇଥିଲେ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା। ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଏମସ ପକ୍ଷରୁ ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ୍ କରି ସୁସ୍ଥ ଥିବା ରିପୋର୍ଟ ଦିଆଯାଇଛି ।

ତେବେ ନିର୍ବାଚନ କମିଶନ ସଚିବ ରାକେଶ କୁମାର କହିଛନ୍ତି, ଆଇପିଏସ୍ ଆଶିଷ ସିଂ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ଅଛନ୍ତି। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଏନେଇ ରିପୋର୍ଟ ଦେଇଛନ୍ତି। ତେଣୁ ଶ୍ରୀ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ସଚିବଙ୍କ ନିକଟକୁ ମେଡିକାଲ ବୋର୍ଡର ରିପୋର୍ଟକୁ ପଠାଇବା ପାଇଁ କୁହାଯାଇଛି।

Leave A Reply

Your email address will not be published.