ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ

0

ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍‌ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ କରିଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଗୁରୁବାର ଚିଠି ଲେଖି ଦୁଇ ଆଇପିଏସ୍ ଅଫିସର ଡିଏସ୍‌ କୁଟ୍ଟେ ଓ ଆଶିଷ ସିଂ ବିରୋଧରେ ନିଆଯାଇଥିବା ନିଷ୍ପତ୍ତି ସଂପର୍କରେ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ସିଏମଓରେ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଆପିଏସ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ଆଶ୍ବସ୍ତି ମିଳିଛି। ତାଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇ ନିଆଯାଇଛି। ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଡି.ଏସ କୁଟ୍ଟେଙ୍କୁ ଚଳିତ ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ କରୁଥିବା ଅଭିଯୋଗରେ ନିଲମ୍ବିତ କରାଯାଇଥିଲା ।

ସେହିପରି ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଆଶିଷ ସିଂ ଛୁଟିରେ ଯାଇଥିଲେ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା। ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଏମସ ପକ୍ଷରୁ ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ୍ କରି ସୁସ୍ଥ ଥିବା ରିପୋର୍ଟ ଦିଆଯାଇଛି ।

ତେବେ ନିର୍ବାଚନ କମିଶନ ସଚିବ ରାକେଶ କୁମାର କହିଛନ୍ତି, ଆଇପିଏସ୍ ଆଶିଷ ସିଂ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ଅଛନ୍ତି। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଏନେଇ ରିପୋର୍ଟ ଦେଇଛନ୍ତି। ତେଣୁ ଶ୍ରୀ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ସଚିବଙ୍କ ନିକଟକୁ ମେଡିକାଲ ବୋର୍ଡର ରିପୋର୍ଟକୁ ପଠାଇବା ପାଇଁ କୁହାଯାଇଛି।

Leave A Reply

Your email address will not be published.