ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଓଲଟିଲା ଯାତ୍ରୀବାହୀ ବସ୍: ୧୫ ଯାତ୍ରୀ ଆହତ

0

ଭୁବନେଶ୍ବର: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପଶ୍ଚିମବଙ୍ଗ ନାରାୟଣଗର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନାଯୋଗ୍ୟ, ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ପଶ୍ଚିମବଙ୍ଗ ନାରାୟଣଗରର ଜାତୀୟ ରାଜପଥର ୧୬ ନମ୍ବର ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା

ତେବେ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମେ ମକ୍ରମପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ମେଦିନପୁରକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଗୋଡ଼ କଟିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.