ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଶ୍ରୀମନ୍ଦିରର ଲାଇଟ୍ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ

0

ଭୁବନେଶ୍ବର: ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ୍ ଖୋଲି ଦିଆଯିବା ଘଟଣାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଗତ ୩ ଦିନ ହେଲା ଅନ୍ଧାର ହୋଇ ରହିଛି ଶ୍ରୀମନ୍ଦିର ଚାରିପଟ।

ଉଲ୍ଲେଖଥାଉକି; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ମନ୍ଦିରକୁ ସଂପୂର୍ଣ୍ଣ ଆଲୋକିକରଣ କରାଯାଇଥିଲା। ମନ୍ଦିର ଚାରିପାର୍ଶ୍ୱରେ ଏକାଧିକ ଲେଜର ଲାଇଟ୍ ଲଗାଯାଇଥିଲା। ଉତ୍ତର ଦ୍ୱାର, ଦକ୍ଷିଣଦ୍ୱାର, ପଶ୍ଚିମଦ୍ୱାରରେ ବକ୍ସ ଭଳି ଏକାଧିକ ସ୍ଥାନରେ ବଡ଼ ବଡ଼ ଲେଜର ଲାଇଟ୍ ସବୁ ଲାଗିଥିଲା। ଫଳରେ ମେଘନାଦ ପାଚେରିଠାରୁ ଶ୍ରୀମନ୍ଦିର ନୀଳଚକ୍ର ପର୍ଯ୍ୟନ୍ତ ସ୍ପଷ୍ଟ ଦୃଶ୍ୟମାନ ହେଉଥିଲା। ଅନ୍ଧକାରରେ ବି ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ ଦୂରକୁ ସ୍ପଷ୍ଟ ଦୃଶ୍ୟମାନ ହେଉଥିଲା। କିନ୍ତୁ ନିର୍ବାଚନ ଫଳାଫଳ ଘୋଷଣା ପରେ ଠିକାଦାର ଲାଇଟ୍ ଖୋଲିନେଇଥିବା କୁହାଯାଉଛି।

ତେବେ ଶ୍ରୀମନ୍ଦିର ଭିତରେ କେବୁଲ ଖୋଲୁଥିବା ବେଳେ ୪ ଜଣଙ୍କୁ ସିଂହଦ୍ବାର ଥାନା ପୁଲିସ୍ ପକ୍ଷରୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି।

Leave A Reply

Your email address will not be published.